ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ଚାରି ଦିନ ବର୍ଷା ନେଇ ପୂର୍ବାନୁମାନ | News Room Odisha

ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, ଚାରି ଦିନ ବର୍ଷା ନେଇ ପୂର୍ବାନୁମାନ

ଭୁବନେଶ୍ବର – ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜିଠୁ ୪ ଦିନ ଯାଏଁ ବର୍ଷାର ପୂର୍ବାନୁମାନ କରାଯାଇଛି । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, କଟକ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଢେଙ୍କାନାଳକୁ ସତର୍କତା ଜାରି ହୋଇଛି ।

ଆସନ୍ତାକାଲି ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କୋରାପୁଟ, ନବରଙ୍ଗପୁର ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୦ ତାରିଖରେ ୨୨ଟି ଜିଲ୍ଲା ଏବଂ ୨୧ ତାରିଖରେ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।