ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ | News Room Odisha

ପ୍ରମିଳା ମଲ୍ଲିକ ବିଜେଡିର ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ହେବେ ବିଜେଡି ବାଚସ୍ପତି ପ୍ରାର୍ଥୀ । ଆସନ୍ତା ୨୨ ତାରିଖରେ ହେବାକୁ ଥିବା ବିଧାନସଭା ବାଚସ୍ପତି ନିର୍ବାଚନରେ ପ୍ରମିଳାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ଶାସକ ଦଳ । ଆସନ୍ତାକାଲି ପ୍ରାର୍ଥିପତ୍ର ଦାଖଲ କରିବେ ପ୍ରମିଳା ମଲ୍ଲିକ। ୨୨ ତାରିଖ ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ ହେବ । ସେହିଦିନ ହିଁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ସୂଚନାଯୋଗ୍ୟ ଯେ, ବିକ୍ରମ କେଶରୀ ଆରୁଖ ମନ୍ତ୍ରିମଣ୍ଡଳରେ ସାମିଲ ହେଲା ପରେ ବିଧାନସଭାର ବାଚସ୍ପତି ପଦ ଖାଲି ପଡିଛି। ନିର୍ବାଚିତ ହେଲେ ପ୍ରମିଳା ମଲ୍ଲିକ ହେବେ ବିଧାନସଭାର ପ୍ରଥମ ମହିଳା ବାଚସ୍ପତି।