ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହେବ ଅତିରିକ୍ତ ବଜେଟ୍

ଭୁବନେଶ୍ୱର – ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ମୌସୁମୀ ଅଧିବେଶନ। ଆଜି ଆନୁଷ୍ଠାନିକ ଭାବେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିଧାନସଭାର ନୂଆ ବାଚସ୍ପତି ଭାବେ ଘୋଷଣା କରାଯିବ । ଅଧିବେଶନର ଆଜି ପ୍ରଥମ ଦିନରେ ୧୧ଟାରୁ ଗୃହକାର୍ଯ୍ୟ ଆରମ୍ଭ ହେବ। ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ପରେ ପ୍ରଥମାର୍ଦ୍ଧ ମୁଲତବୀ ରହିବ।

ଅପରାହ୍ନ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୩-୨୪ ପାଇଁ ଅତିରିକ୍ତ ବଜେଟ ଗୃହରେ ଉପସ୍ଥାପନ କରିବେ। ଅତିରିକ୍ତ ବଜେଟର ଆକାର ପ୍ରାୟ ୨୧ ହଜାର କୋଟି ବୋଲି ଜଣାପଡିଛି।

ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ଅଧିବେଶନ ବେଶ୍ ସରଗରମ ହେବା ସମ୍ଭାବନା ରହିଛି। ମୌସୁମୀ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପ୍ରଫେଟ୍ ମହମ୍ମଦଙ୍କ ଜୟନ୍ତୀ ପାଇଁ ୨୯ ତାରିଖ, ଅକ୍ଟୋବର ୧ ରବିବାର ଓ ଅକ୍ଟୋବର ୨ ଗାନ୍ଧି ଜୟନ୍ତୀ ପାଇଁ ଛୁଟି ରହିବ । ଅକ୍ଟୋବର ୩ତାରିଖରେ ଏହି ଅତିରିକ୍ତ ବଜେଟକୁ ଗୃହୀତ ପାଇଁ ବ୍ୟୟମଞ୍ଜୁରୀ ବିଲ୍ ଆସିବ ଓ ସେହିଦିନ ହିଁ ତାହା ପାରିତ ହେବ ବୋଲି ଜଣାପଡ଼ିଛି ।

Comments are closed.