ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ ବୃଦ୍ଧି | News Room Odisha

ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧କୁ ବୃଦ୍ଧି

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୧ରେ ପହଞ୍ଚିଛି । ଯାଞ୍ଚ ହୋଇଥିବା ୫୧ଟି ରକ୍ତ ନମୁନା ମଧ୍ୟରୁ ୧୦ ଜଣଙ୍କର ରିପୋର୍ଟ ପଜିଟିଭ ଆସିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ତାକୁ ନେଇ ଚିନ୍ତାରେ ପଡିଛି ସ୍ବାସ୍ଥ୍ୟ ବିଭାଗ । ସାମାନ୍ୟ ଜ୍ବର କିମ୍ବା ସେପରି କୌଣସି ଲକ୍ଷଣ ଦେଖାଗଲେ ସ୍କ୍ରବ ଟାଇଫସ ଟେଷ୍ଟ କରିବା ପାଇଁ ଜିଲ୍ଲାର ସମସ୍ତ ଡାକ୍ତରଙ୍କୁ ପରାମର୍ଶ ଦିଆଯାଇଛି ।

ଯେକୌଣସି ବେସରକାରୀ ଡାକ୍ତରଖାନାରେ ଆକ୍ରାନ୍ତ ଚିହ୍ନଟ ହେଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କିମ୍ବା ରାଉରକେଲା ଆରଜିଏଚକୁ ପଠାଇବାକୁ ସିଡିଏମଓ ପରାମର୍ଶ ଦେଇଛନ୍ତି । ସ୍କ୍ରବ ଟାଇଫସ ରୋଗୀଙ୍କ ଚିକିତ୍ସା ପାଇଁ ଯଥେଷ୍ଟ ଔଷଧ ଏବଂ ଡାକ୍ତର ରହିଛନ୍ତି । ଗୁରୁତର ରୋଗୀଙ୍କ ପାଇଁ ଆଇସିୟୁ ମଧ୍ୟ ରହିଛି । ତେଣୁ ଭୟ ନକରି ଲକ୍ଷଣ ଦେଖାଗଲେ କିମ୍ବା ସପ୍ତାହେରୁ ଅଧିକ ଜ୍ବର ହେଲେ ତୁରନ୍ତ ଡାକ୍ତରଖାନା ଯିବା ପାଇଁ ଲୋକଙ୍କୁ ସଚେତନ କରାଉଥିବା ସିଡିଏମଓ ସୂଚନା ଦେଇଛନ୍ତି ।