ଭୁବନେଶ୍ବର: ବାତ୍ୟା ଆଶଙ୍କା ଚର୍ଚ୍ଚା ମଧ୍ୟରେ ପାଣିପାଗ ବିଭାଗ ଦେଲା ଗୁରୁତ୍ୱପୂର୍ଣ୍ଣ ସୂଚନା | News Room Odisha

ଭୁବନେଶ୍ବର: ବାତ୍ୟା ଆଶଙ୍କା ଚର୍ଚ୍ଚା ମଧ୍ୟରେ ପାଣିପାଗ ବିଭାଗ ଦେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର – ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା ଆଶଙ୍କା ଚର୍ଚ୍ଚା ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି । ଚଳିତ ମାସ ୨୯ ତାରିଖର ଉତ୍ତର ଆଣ୍ଡାମାନ ସାଗର ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ -କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁଁ ଅକ୍ଟୋବର ପହିଲାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଏହା କ୍ରମଶଃ ଘନୀଭୂତ ହୋଇ ପଶ୍ଚିମ -ଉତ୍ତର ପଶ୍ଚିମ ଦିଗକୁ ଗତି କରିପାରେ ।

ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଦେଖିବାକୁ ମିଳିବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି।