ଆଜିଠୁ ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର – ଆଜିଠାରୁ ଓଡ଼ିଶାରେ ଗଡିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ। ପୁରୀ -ରାଉରକେଲା -ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳର ଆଜି ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦିନ ୧୨ଟା ୪୫ ମିନିଟରେ ଭର୍ଚୁଆଲ ମୋଡରେ ଏହାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ସମେତ ଦେଶରେ ଆଜି ମୋଟ ୯ଟି ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।

ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍ ଦ୍ୱାରା ପୁରୀ ଓ ରାଉରକେଲା ମଧ୍ୟରେ ଯାତ୍ରା ସମୟ ଯଥେଷ୍ଟ ହ୍ରାସ ପାଇବ। ରେଳପଥରେ ପୁରୀରୁ ରାଉରକେଲା ୫୦୫ କିଲୋମିଟର ଦୂର ହୋଇଥିବା ବେଳେ ଏହାକୁ ବନ୍ଦେ ଭାରତ ଏକ୍ସପ୍ରେସ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ।
ପୂର୍ବରୁ ଏହି ବର୍ଷ ମେ’ ମାସରେ ପୁରୀ-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ଆରମ୍ଭ କରିଥିଲା ।

Comments are closed.