ଏସୀୟ କ୍ରୀଡା ସ୍ୱର୍ଣ୍ଣ ବିଜୟୀ ସୁଟିଂ ଦଳକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ଏସୀୟ କ୍ରୀଡା ସ୍ୱର୍ଣ୍ଣ ବିଜୟୀ ସୁଟିଂ ଦଳକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଏସୀୟ କ୍ରୀଡ଼ାର ଦ୍ୱିତୀୟ ଦିନରେ ସୁଟିଂର ୧୦ ମିଟର ଏୟାର ରାଇଫଲ ଟିମ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବା ଭାରତୀୟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିମ୍ ସଦସ୍ୟ ରୁଦ୍ରାକ୍ଷ ବାଲାସାହେବ ପାଟିଲ, ଦିବ୍ୟାଂଶ ସିଂହ ପନୱର ଓ ଐଶ୍ୱର୍ଯ୍ୟ ପ୍ରତାପ ସିଂହ ତୋମାର ନୂଆ ବିଶ୍ୱ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ଭବିଷ୍ୟତରେ ମଧ୍ୟ ଭଲ ପ୍ରଦର୍ଶନ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।