ଲାଞ୍ଚ ନେବାବେଳେ ଧରାପଡିଲେ ବରିଷ୍ଠ କିରାଣି

କେନ୍ଦୁଝର – ଭିଜିଲାନ୍ସ ହାତରେ ଧରାପଡିଲେ ଲାଞ୍ଚୁଆ ବରିଷ୍ଠ କିରାଣି। କେନ୍ଦୁଝର ଜିଲ୍ଲା ଆୟୁର୍ବେଦ ମେଡିକାଲ ଅଫିସରଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦେବାଶିଷ ମହାପାତ୍ର ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
କିଛି ଆୟୁର୍ବେଦିକ ଆସିଷ୍ଟାଣ୍ଟଙ୍କ ବକେୟା ଦରମା ବିଲ୍ କରି ଦେବା ପାଇଁ ଦେବାଶିଷ ମହାପାତ୍ର ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଆଜି ଜଣେ ଆୟୁର୍ବେଦିକ ଆସିଷ୍ଟାଣ୍ଟଙ୍କ ଠାରୁ ୧୫ ହଜାର ଟଙ୍କାରୁ ୫ ହଜାର ଟଙ୍କା ଆଡଭାନସ ଭାବେ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ।

କିରାଣିଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହା ପରେ ତାଙ୍କର ତିନିଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି।

Comments are closed.