କବିବର ରାଧାନାଥ ରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ଓଡ଼ିଆ ଆଧୁନିକ ସାହିତ୍ୟର ଯୁଗସ୍ରଷ୍ଟା କବିବର ରାଧାନାଥ ରାୟଙ୍କ ଜୟନ୍ତୀ। ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ଚିଲିକା’ , ‘ନନ୍ଦିକେଶ୍ୱରୀ’ ଏବଂ ‘ଚନ୍ଦ୍ରଭାଗା’ ଭଳି ତାଙ୍କ ସୃଜନ ସୃଷ୍ଟିରେ ଓଡ଼ିଆ ସାହିତ୍ୟ ରୁଦ୍ଧିମନ୍ତ ହୋଇଛି। ଓଡ଼ିଆ ଭାଷା, ସାହିତ୍ୟର ଗରିମା ବୃଦ୍ଧି ସହ ନିଜର ଅନନ୍ୟ ରଚନା ଶୈଳୀ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.