ପାଣିପାଗ ଅପଡେଟ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର – ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ନେବ ଏହା ସୁଦୃଶ୍ୟ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଲଘୁଚାପ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢିବ । ଆଜି ଉତ୍ତର ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି। ରାଜ୍ୟରେ ଅକ୍ଟୋବର ୩ ତାରିଖ ଯାଏଁ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comments are closed.