ଭୁବନେଶ୍ବର – ବଙ୍ଗୋପସାଗରରେ ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଆଜି ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ଓଡିଶା ଓ ପଶ୍ଚିମବଙ୍ଗ ଉପକୂଳ ମୁହାଁଇବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଓ ଆସନ୍ତା ଦୁଇଦିନ ସାରା ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବଲାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଦେବଗଡ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିଭଳି ପ୍ରବଳ ବର୍ଷା ନେଇ ଉତ୍ତର-ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର ୧୩ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ୪ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
Comments are closed.