ଘାଟୀରେ ଓଲଟି ପଡ଼ିଲା ବସ୍ , ୧୫ ଯାତ୍ରୀ ଆହତ

ପାରଳାଖେମୁଣ୍ଡି – ଗଜପତି ଜିଲ୍ଲା ଇନ୍ଦ୍ରପୁର ଘାଟିରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍ ଘାଟିରେ ଓଲଟି ପଡ଼ିବାରୁ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।ଆହତଙ୍କ ମଧ୍ୟରେ ୭ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ବସ୍‌ଟି ଲଦିଗୁଡ଼ାରୁ ମୋହନା ଅଭିମୁଖେ ଯାଉଥିଲା ବେଳେ ଇନ୍ଦ୍ରପୁର ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଓ ପୋଲିସ ସମସ୍ତ ଆହତଙ୍କୁ ଉଦ୍ଧାର କରି ବିରିକୋଟ ମେଡିକାଲ୍ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସାପରେ ଯାତ୍ରୀମାନଙ୍କୁ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବସରେ ୩୩ ଜଣ ଯାତ୍ରୀ ଥିଲେ ।

Comments are closed.