ଆଜି ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା 

ଭୁବନେଶ୍ୱର – ଆଜି ୧୨ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବରଗଡ଼, ସୋନପୁର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆ‌ସନ୍ତାକାଲି ୪ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଣୁ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ପରେ ପାଗ ଶୁଖିଲା ରହିବ ।

Comments are closed.