ହବିଷ୍ୟାଳୀ ଯୋଜନାରେ ଆଜିଠୁ ନାମ ପଞ୍ଜୀକରଣ ଆରମ୍ଭ

ପୁରୀ – ଶ୍ରୀକ୍ଷେତ୍ର ପୁରୀରେ ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ ଆଜିଠୁ ଆରମ୍ଭ ହୋଇଛି । ଆଗ୍ରହୀ ମା’ମାନେ ଆଜିଠୁ ୨୦ ତାରିଖ ମଧ୍ୟରେ edistrict.odisha.gov.inରେ ନିଜର ନାମ ପଞ୍ଜୀକରଣ କରିପାରିବେ । ନିଜ ନିଜ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ମାଧ୍ୟମରେ ମଧ୍ୟ ଆବେଦନ କରିହେବ । ଯୋଜନା ସମ୍ପର୍କରେ ଅଧିକ ସୂଚନା ପାଇଁ ପୁରୀ ଜିଲ୍ଲା ସଂସ୍କୃତି ଅଧିକାରୀଙ୍କୁ ଯୋଗାଯୋଗ କରିବା ପାଇଁ କୁହାଯାଇଛି ।
କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ପାଖରେ ରହି ହବିଷ କରିବାକୁ ବ୍ରତଧାରୀମାନେ ପୁରୀ ଆସିଥାନ୍ତି । ମାତ୍ର ଅନେକ ହବିଷ୍ୟାଳୀ ଶ୍ରୀକ୍ଷେତ୍ରରେ ରହି ବ୍ରତ ପାଳିବାକୁ ଚାହୁଁଥିଲେ ହେଁ ଆର୍ଥିକ ସ୍ଥିତି ସେମାନଙ୍କୁ ପଛକୁ ଟାଣିଥାଏ । ଏହାକୁ ନଜରରେ ରଖି ରାଜ୍ୟ ସରକାର କିଛି ବର୍ଷ ହେବ ହବିଷ୍ୟାଳୀ ଯୋଜନା କାର୍ଯ୍ୟକାରୀ କରୁଛନ୍ତି ।

Comments are closed.