ଓଡ଼ିଶାରେ ପହଞ୍ଚିଲା ସହିଦ ସରୋଜଙ୍କ ପାର୍ଥିବ ଶରୀର, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ଓଡ଼ିଶାରେ ପହଞ୍ଚିଲା ସହିଦ ସରୋଜଙ୍କ ପାର୍ଥିବ ଶରୀର, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ସିକିମର ଭୟଙ୍କର ବନ୍ୟାରେ ସହିଦ ହୋଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିଛି। ଭୁବନେଶ୍ୱର ବିମାନ ବନ୍ଦରରେ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୋଲିସ ଆଇଜି, ବିଏସଫ ଆଇଜି ପ୍ରମୁଖ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ସହିଦ ସରୋଜଙ୍କ ମରଶରୀର ଜନ୍ମମାଟିକୁ ଯିବା ପରେ ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ । ସରୋଜଙ୍କ ମରଶରୀର ଗାଁକୁ ନେବା ନିମନ୍ତେ ସରୋଜଙ୍କ ବାପା, ଭାଇ ଭୁବନେଶ୍ୱର ଆସିଥିଲେ ।