ଉତ୍କଳମଣିଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ସେବା ଓ ତ୍ୟାଗର ଅନନ୍ୟ ପ୍ରତୀକ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା ଦ୍ୱାରା ଶିକ୍ଷିତ ସମାଜ ଗଠନ ପାଇଁ ସେ ଦେଖାଇଥିବା ମାର୍ଗ ତଥା ଲୋକଙ୍କ ସେବା ଓ ଉନ୍ନତି ପାଇଁ ତାଙ୍କ ଜୀବନବ୍ୟାପୀ ସାଧନା ସର୍ବଦା ପ୍ରେରଣାର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.