ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ  | News Room Odisha

ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର – ରାଜ୍ୟ ସରକାରଙ୍କ ମିଶନ ଶକ୍ତି ସ୍କୁଟର ଯୋଜନାର ଆଜି ଶୁଭାରମ୍ଭ ହୋଇଛି। ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସ୍କୁଟର କିଣିବା ପାଇଁ ଋଣ ଦେବେ ରାଜ୍ୟ ସରକାର । ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ୧୫ ହଜାର ମାଆ ସ୍କୁଟର ପାଇଛନ୍ତି। ଆଉ ୨ ଲକ୍ଷ ମାଆ ପାଇବେ ସ୍କୁଟର । ସ୍କୁଟର ଯୋଜନା ମାଆଙ୍କ ଗତିକୁ ଶକ୍ତିଶାଳୀ କରିଛି । ଓଡ଼ିଶା ପାଇଁ ମାଆମାନେ ଆଣିଛନ୍ତି ନୂଆ ଗତି, ଶକ୍ତି ଓ ପ୍ରଗତି ।

ଯୋଜନା ଶୁଭାରମ୍ଭ ଅବସରରେ ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ଉପସ୍ଥିତ ଥିଲେ । ଏହି ଅବସରରେ ଉଦବୋଧନ ଦେଇ ସେ କହିଛନ୍ତି ଯେ, ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ ଏକ ଯୁଗାନ୍ତକାରୀ ପଦକ୍ଷେପ । ୧୫ ହଜାର ମାଆ ସ୍କୁଟର ନେଇଛନ୍ତି । ସ୍କୁଟର ମାଆମାନଙ୍କ ପାଇଁ ଏକ ପ୍ରତୀକ ବୋଲି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି। ଏ ବର୍ଷ ଜୁଲାଇ ମାସରେ ରାଜ୍ୟ କ୍ୟାବିନେଟ ମିଶନ ଶକ୍ତି ସ୍କୁଟର ଯୋଜନା ପ୍ରସ୍ତାବ କୁ ମଞ୍ଜୁରୀ ଦେଇଥିଲା ।