ହକି ତାରକା ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ | News Room Odisha

ହକି ତାରକା ଅମିତ ରୋହିଦାସ ଓ ଦୀପଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ହାଙ୍ଗଝୁ ଏସୀୟ କ୍ରୀଡାରେ ପଦକ ବିଜୟୀ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ଦୁଇ ତାରକା ଖେଳାଳିଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି। ଏସୀୟ କ୍ରୀଡା ହକିରେ ସ୍ୱର୍ଣ୍ଣ ବିଜୟୀ ପୁରୁଷ ହକି ଦଳର ଓଡ଼ିଆ ଖେଳାଳି ଅମିତ ରୋହିଦାସ ଓ ବ୍ରୋଞ୍ଜ ବିଜୟୀ ମହିଳା ଦଳର ଦୀପଗ୍ରେସ ଏକ୍କା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସମ୍ବର୍ଦ୍ଧିତ ହୋଇଛନ୍ତି। ଅମିତ ରୋହିଦାସଙ୍କୁ ନଗଦ ଦେଢ କୋଟି ଟଙ୍କା ଓ ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭାରତୀୟ ହକି ଦଳର ପଦକ ବିଜୟରେ ଦୁଇ ଖେଳାଳିଙ୍କ ଅବଦାନକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହ ସେମାନଙ୍କ ଏହି ସଫଳତାରେ ସେ ବେଶ୍ ଗର୍ବିତ ବୋଲି କହିଛନ୍ତି। ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହି ଦୁଇ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ନିଷ୍ଠା ଓ ପରିଶ୍ରମକୁ ପ୍ରଶଂସା କରିଛନ୍ତି।

ସୂଚନାଯୋଗ୍ୟ ଯେ, ଓଡ଼ିଶା ସରକାର ଭାରତୀୟ ହକିର ପୃଷ୍ଠପୋଷକ ଅଛନ୍ତି। ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ଅଛନ୍ତି ଓଡ଼ିଶା ସରକାର।