ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ପଦକ୍ଷେପ ନେବାକୁ ଶ୍ରମ କମିଶନରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ | News Room Odisha

ଲାଓସରେ ଫସିଥିବା ଓଡ଼ିଆ ଶ୍ରମିକଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ପଦକ୍ଷେପ ନେବାକୁ ଶ୍ରମ କମିଶନରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର – ଦକ୍ଷିଣ -ପୂର୍ବ ଏସୀୟ ଦେଶ ଲାଓସରେ ଫସି ରହିଥିବା ୩୫ ଜଣ ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ଓ ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରମ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶ୍ରମ କମିଶନର ଓଡ଼ିଆ ଶ୍ରମିକଙ୍କ ସୁରକ୍ଷିତ ଉଦ୍ଧାର ନେଇ ଲାଓସ ସ୍ଥିତ ଭାରତୀୟ ଦୂତାବାସ ସହ ଯୋଗାଯୋଗ କରିଛନ୍ତି। ଶ୍ରମିକମାନଙ୍କ ସହ ଯୋଗାଯୋଗ ସ୍ଥାପନ କରାଯାଇଛି ଓ ସେମାନଙ୍କ ସୁରକ୍ଷିତ ଭାରତ ପ୍ରତ୍ୟାବର୍ତ୍ତନ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଭାରତୀୟ ଦୂତାବାସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।