ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

ବାରିପଦା – ବର୍ଷା ଋତୁ ଯୋଗୁଁ ୫ ମାସ ବନ୍ଦ ରହିଲା ପରେ ଆଜିଠୁ ପୁଣି ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ । ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ପ୍ରବେଶ ଅନୁମତି ରହିଛି। ପର୍ଯ୍ୟଟକମାନଙ୍କ ପାଇଁ ଅଭୟାରଣ୍ୟ କର୍ତ୍ତୃପକ୍ଷ ସମସ୍ତ ପ୍ରକାର ବନ୍ଦୋବସ୍ତ କରିଛନ୍ତି।

ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି। ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ପକ୍ଷରୁ ପର୍ଯ୍ୟଟକ ମାନଙ୍କ ପାଇଁ ରନ୍ଧା ଖାଦ୍ୟ ଯୋଗାଣର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପର୍ଯ୍ୟଟକଙ୍କୁ ଖାଦ୍ୟର ମୂଲ୍ୟ ଦେବାକୁ ପଡ଼ିବ।

Comments are closed.