ବାରକୋଟରେ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବଗଡ ଜିଲ୍ଲା ବାରକୋଟଠାରେ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲା ଗୁଡ଼ିକର ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।

Comments are closed.