ବଙ୍ଗୋପସାଗରରେ ୨୧ରେ ଲଘୁଚାପ ସମ୍ଭାବନା, ୨୩ରେ ଅବପାତ  | News Room Odisha

ବଙ୍ଗୋପସାଗରରେ ୨୧ରେ ଲଘୁଚାପ ସମ୍ଭାବନା, ୨୩ରେ ଅବପାତ 

ଭୁବନେଶ୍ୱର – ଦକ୍ଷିଣ- ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି କ୍ରମଶଃ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୨୧ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଅକ୍ଟୋବର ୨୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିିପାଗ ବିଭାଗ ସୂଚନା ଦେଇଛି । ସେପଟେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ସମ୍ଭାବନା ଥିବାବେଳେ ୨୦ରୁ ୨୩ ତାରିଖ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସମ୍ଭାବନା ରହିଛି। ଅକ୍ଟୋବର ୨୪ ତାରିଖରେ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୨୫ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।