ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ | News Room Odisha

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର – ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକ୍ରିୟ ହୋଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା କ୍ରମଶଃ ଘନୀଭୂତ ହୋଇ ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୨ ତାରିଖ ସୁଦ୍ଧା ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତୀ ୩ ଦିନ ଯାଏଁ ଏହା ଉତ୍ତର-ଉତ୍ତରପୂର୍ବ ଦିଗରେ ଗତିକରି ବାଂଲାଦେଶ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।