ଶ୍ରୀମନ୍ଦିରରେ ଆଜିଠୁ କାର୍ତ୍ତିକ ମାସ ନୀତି ଆରମ୍ଭ 

ପୁରୀ – ଆଜି ଆଶ୍ୱିନ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ ନୀତି । ଶ୍ରୀମନ୍ଦିର ପରମ୍ପରା କ୍ରମେ ଆଜିଠୁ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ କାର୍ତ୍ତିକ ମାସ ନୀତି ପାଳନ କରାଯାଇଥାଏ। ଏହି ପବିତ୍ର ଧର୍ମ ମାସରେ ଦୈନିଟ ନୀତି ବ୍ୟତୀତ ସ୍ୱତନ୍ତ୍ର ଭାବେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ, ପଞ୍ଚୁକ ବେଶ,ବାଳଧୂପ, ଦିବା ପହୁଡ଼ ଇତ୍ୟାଦି ଅନୁଷ୍ଠିତ ହୋଇଥାଏ। ଆଶ୍ୱିନ ଶୁକ୍ଳ ଏକାଦଶୀଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ରତ୍ନ ସିଂହାସନରେ ଅଧିଷ୍ଠିତ ଶ୍ରୀବିଗ୍ରହମାନଙ୍କର ଆକର୍ଷଣୀୟ ରାଧା ଦାମୋଦର ବେଶ ଲାଗି ହୋଇଥାଏ। ଦୈନିକ ଅବକାଶ ନୀତି ପରେ ଏହି ବେଶ କରାଯାଏ।

ଏହି ମନଲୋଭା ବେଶ ଦର୍ଶନ କରିବାକୁ ଶ୍ରୀମନ୍ଦିର ଜଗମୋହନରେ ପ୍ରବଳ ଭିଡ ହୋଇଥାଏ।

Comments are closed.