ନରହରି ସେଠୀ କଟକର ନୂଆ ଜିଲ୍ଲାପାଳ, ଭବାନୀ ଶଙ୍କର ଚୟନୀ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର – କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବଦଳି କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ଚୟନୀଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି।

ଚୟନୀଙ୍କ ସ୍ଥାନରେ ଉଚ୍ଚଶିକ୍ଷା ବିଭାଗର ବର୍ତ୍ତମାନ ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି।

Comments are closed.