ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ | News Room Odisha

ସଂଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ୱରୂପ ନାୟକଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱରୂପ ନାୟକଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ ହୃଦୟରେ ସ୍ଵତନ୍ତ୍ର ହୋଇ ରହିବ। ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ସମୃଦ୍ଧ କରିବାରେ ବହୁମୂଲ୍ୟ ଯୋଗଦାନ ପାଇଁ ସେ ଚିରସ୍ମରଣୀୟ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।