ଆଜିଠୁ କାର୍ତ୍ତିକ ବ୍ରତ, ପୁରୀରେ ହବିଷ୍ୟାଳୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ 

ପୁରୀ – ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ମାସ। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷ୍ୟାଳୀଙ୍କ ଭିଡ଼ । ରାଜ୍ୟ ସରକାରଙ୍କ ହବିଷ୍ୟାଳୀ ଯୋଜନାରେ କାର୍ତ୍ତିକ ବ୍ରତ କରିବା ପାଇଁ ଆସିଥିବା ହବିଷ୍ୟାଳୀଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ଆଜି ସଂଧ୍ୟା ସାଢେ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏ ବର୍ଷର ହବିଷ୍ୟାଳୀ ଯୋଜନାର ଶୁଭାରମ୍ଭ କରିବେ । ହବିଷ୍ୟାଳୀ ଯୋଜନାରେ ନାମ ପଞ୍ଜୀକରଣ କରିଥିବା ବ୍ରତଧାରୀଙ୍କ ପାଇଁ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବାଗେଡିଆ ଧର୍ମଶାଳା ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀଙ୍କ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ଏ ବର୍ଷ ଏହି ଯୋଜନାରେ ରାଜ୍ୟର ସମସ୍ତ ୩୦ ଜିଲ୍ଲାରୁ ୩ ହଜାର ୨୪ ଜଣ ନାମ ପଞ୍ଜୀକରଣ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୧୧, ପୁରୀରୁ ୮୭୫, ଗଞ୍ଜାମରୁ ୩୮୫ ଓ ନୟାଗଡ଼ରୁ ୩୧୦ ଜଣ ହବିଷ୍ୟାଳୀ ରହିଛନ୍ତି।

Comments are closed.