ଆନ୍ଧ୍ର ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ଘଟଣାସ୍ଥଳକୁ ଯିବା ପାଇଁ ଏସଆରସି , କୋରାପୁଟ ଓ ରାୟଗଡା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ | News Room Odisha

ଆନ୍ଧ୍ର ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ଘଟଣାସ୍ଥଳକୁ ଯିବା ପାଇଁ ଏସଆରସି , କୋରାପୁଟ ଓ ରାୟଗଡା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର -ଆନ୍ଧ୍ର ପ୍ରଦେଶରେ ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଘଟଣାସ୍ଥଳରେ ପହଂଚିବା ପାଇଁ ଏସଆରସି, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ଘଟଣାସ୍ଥଳକୁ ଯିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।