ଆନ୍ଧ୍ର ପ୍ରଦେଶ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି, ୨୬ଟି ଟ୍ରେନର ଚଳାଚଳ ବାତିଲ | News Room Odisha

ଆନ୍ଧ୍ର ପ୍ରଦେଶ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି, ୨୬ଟି ଟ୍ରେନର ଚଳାଚଳ ବାତିଲ

ବିଶାଖାପାଟଣା – ଆନ୍ଧ୍ର ପ୍ରଦେଶ ବିଜୟନଗରମ ନିକଟରେ ଘଟିଥିବା ବଡ଼ ଧରଣର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି । ପ୍ରାୟ ୫୦ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି। ଗତକାଲି ସଂଧ୍ୟାରେ ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍ ପଛରୁ ଧକ୍କା ଦେଇଥିଲା ।ଏଥିଯୋଗୁ ୫ଟି ବଗି କ୍ଷତିଗ୍ରସ୍ତ ହୋଇଥିଲା । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି । ଦୁର୍ଘଟଣାରେ ବିଶାଖାପାଟଣା-ରାୟଗଡାର ଲୋକୋ ପାଇଲଟ୍ ଓ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍ ର ଗାର୍ଡଙ୍କ ମୃତ୍ୟୁ ହୋଇଛି ।

ଟ୍ରେନ୍‌ ଦୁର୍ଘଟଣା ଯୋଗୁ ୨୬ଟି ଟ୍ରେନର ଚଳାଚଳ ବାତିଲ୍‌ କରିଦିଆଯାଇଛି । ଏହାସହ ୨୨ଟି ଟ୍ରେନ୍‌ର ଗତିପଥ ପରିବର୍ତ୍ତନ କରାଯାଇଥିବା ବେଳେ ୧୧ଟି ଟ୍ରେନ୍‌ ଆଂଶିକ ବାତିଲ୍ ହୋଇଛି ।