ଦୁର୍ନୀତି ବିରୋଧରେ ଲଢିବା ପାଇଁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ  

ଭୁବନେଶ୍ୱର – ଦୁର୍ନୀତି ବିରୋଧରେ ଲଢିବା ପାଇଁ ରାଜ୍ୟବାସୀଙ୍କୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଲୋକସେବା ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ ନୀତି ଗ୍ରହଣ କରାଯାଇଛି। କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବିଦା କରାଯାଇଛି। ଦୁର୍ନୀତି ପାଇଁ କିଛି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ମୋ ସରକାର ଜରିଆରେ ଲୋକଙ୍କୁ ସଶକ୍ତ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଛନ୍ତି। ସାରା ଦେଶରେ ଓଡିଶା ଭିଜିଲାନ୍ସ ୧ ନମ୍ବର ସ୍ଥାନରେ ରହିଛି ବୋଲି ସେ କହିଛନ୍ତି। ଏହି ଅବସରରେ ରାଉରକେଲା ଓ ବାଲେଶ୍ୱର ଭିଜିଲାନ୍ସ ଅଫିସ୍‌ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ।

ଏହି କାର୍ଯ୍ୟକ୍ରମରେ ଭିଜିଲାନ୍ସର ଅନେକ ଅଧିକାରୀ ସହ ବହୁ ବିଶିଷ୍ଟ ବ୍ୟକ୍ତି ମଧ୍ୟ ଉପସ୍ଥିତ ରହିଥିଲେ। କଟକ ଭିଜିଲାନ୍ସ ଡିଭିଜନକୁ ଶ୍ରେଷ୍ଠ ଡିଭିଜନ ଭାବେ ସମ୍ମାନିତ କରାଯାଇଛି।

Comments are closed.