କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଏଣିକି ମା' ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ | News Room Odisha

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଏଣିକି ମା’ ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ

ଭବାନୀପାଟଣା – ଆଜି କଳାହାଣ୍ଡି ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ପ୍ରତିଷ୍ଠା ଦିବସ ଅବସରରେ ସଭିଙ୍କୁ ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭେଟି ଦେଇଛନ୍ତି। ଜିଲ୍ଲାବାସୀଙ୍କ ଭାବାବେଗକୁ ସମ୍ମାନ ଦେଇ କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାମ ପରିବର୍ତ୍ତନ ନେଇ ଘୋଷଣା କରିଛନ୍ତି। ଏଣିକି କଳାହାଣ୍ଡି ବିଶ୍ୱବିଦ୍ୟାଳୟର ନାମ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ହେବ । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଲକ୍ଷ୍ମୀ ବସ୍‌‌ ଚଳାଚଳ ଶୁଭାରମ୍ଭ ସମାରୋହରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି।