ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନାଁ ସୁପାରିଶ

ନୂଆଦିଲ୍ଲୀ – ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନାମ ସୁପାରିଶ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି. ୱ।ଇ ଚନ୍ଦ୍ରଚୂଡଙ୍କ ନେତୃତ୍ଵାଧୀନ କଲେଜିୟମ କେନ୍ଦ୍ର ସରକାରଙ୍କୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂହଙ୍କ ନାମ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ସୁପାରିଶ କରିଛନ୍ତି । ଜଷ୍ଟିସ ଚକ୍ରଧାରୀ ଶରଣ ସିଂହ ବର୍ତ୍ତମାନ ପାଟନା ହାଇକୋର୍ଟର ବିଚାରପତି ଅଛନ୍ତି। ସେ ପାଟନା ହାଇକୋର୍ଟର ୨୦୧୨ ମସିହାଠାରୁ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି ।

ସୂଚନାଯୋଗ୍ୟ ଯେ, ଏ ବର୍ଷ ଅକ୍ଟୋବର ୩ ତାରିଖରେ ଜଷ୍ଟିସ ଶୁଭାଶିଷ ତାଳପତ୍ରଙ୍କ ଅବସର ପରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ବର୍ତ୍ତମାନ ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓଡ଼ିଶା ହାଇକୋର୍ଟର ଭାରପ୍ରାପ୍ତ ମୁଖ୍ୟ ବିଚାରପତି ଅଛନ୍ତି।

Comments are closed.