ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ପୁରୀ ଗଜପତି

ପୁରୀ – ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଗଜପତିଙ୍କ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

ଜଗନ୍ନାଥ ବଲ୍ଲଭ ଉନ୍ନୟନ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି ପୁରୀ ଗଜପତି। ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି ଗଜପତି ମହାରାଜ। ଆସନ୍ତାକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ପ୍ରକଳ୍ପର ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ଆଲୋଚନା ହେବା ସମ୍ଭାବନା ରହିଛି।

Comments are closed.