ଭୋରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ , ଡିସେମ୍ବର ୧୫ ସୁଦ୍ଧା କାମ ଶେଷ ପାଇଁ ନିର୍ଦ୍ଦେଶ | News Room Odisha

ଭୋରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ , ଡିସେମ୍ବର ୧୫ ସୁଦ୍ଧା କାମ ଶେଷ ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର – ନବୀନ ଓଡ଼ିଶା ଓଡିଶା ଓ ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଆଜି ବଡିଭୋରରୁ ପୁରୀ ଯାଇ ସାଢେ ୪ଟାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି ଆସନ୍ତା ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ୫-ଟି ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ ।

ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗରେ କାମ କରିବାକୁ ପାଣ୍ଡିଆନ ପରାମର୍ଶ ଦେଇଛନ୍ତି।

ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କାପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟଶ୍ରୀ ପରାମର୍ଶ ଦେଇଥିଲେ । ଏତବ୍ୟତୀତ ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଳଯେପରି ସ୍ବଚ୍ଛନ୍ଦରେ ମନ୍ଦିରରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତାକୁ ଅବରୋଧ ମୁକ୍ତ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

ସ୍ଥାନୀୟ ଲୋକ ତଥା ସେବାୟତମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ଏତଦବ୍ୟତୀତ ମେଘନାଦ ପାଚେରୀପାଖରୁ ବିଭିନ୍ନ ୟୁଟିଲିଟିର ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵାରୋପ କରିଥିଲେ ।

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ , ପ୍ରମୋଦ ଉଦ୍ୟାନ ଓ ସେତୁକାମର ଅଗ୍ରଗତିର ମଧ୍ଯ ପାଣ୍ଡିଆନ ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ ।

ଏହି ପରିଦର୍ଶନ ସମୟରେ ବିଧାୟକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା , ଏସପି କନୱର ବିଶାଲ ସିଂହ, ଓବିସିସି ଏମଡି ଏବଂ ବିଭିନ୍ନ କାର୍ଯ୍ୟନିର୍ବାହୀ ଏଜେନ୍ସୀର ଅଧିକାରୀ ମାନେ ଉପସ୍ଥିତ ଥିଲେ ।