ଶଙ୍ଖ ଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ | News Room Odisha

ଶଙ୍ଖ ଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବହୁ ମନ୍ତ୍ରୀ ଓ ବିଜେଡିର ନେତାମାନେ ଦିବଂଗତ ନେତାଙ୍କ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ପରେ ତାଙ୍କ ମରଶରୀର ବିଧାନସଭା ପରିସରକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି। ବହୁ ନେତା ଓ ବିଧାୟକ ସ୍ୱର୍ଗତ ମହେଶ୍ୱର ମହାନ୍ତିଙ୍କୁ ଶେଷ ସମ୍ମାନ ପ୍ରଦର୍ଶନ କରିଛନ୍ତି। ଏହା ପରେ ପୁରୀ ଅଭିମୁଖେ ତାଙ୍କ ପାର୍ଥିବ ଶରୀର ନିଆଯାଇଛି। ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ।