ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ | News Room Odisha

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ – ଆଜି କାର୍ତ୍ତିକ-କୃଷ୍ଣ ଦଶମୀ ମଳ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏଥିପାଇଁ ପାଇଁ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବାପରେ ଆଜି ଅପରାହ୍ନ ୫ଟାରୁ ରାତି ୯ଟା ଯାଏଁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।