ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ୧୫ରୁ ରାଜ୍ୟରେ ବର୍ଷା ସମ୍ଭାବନା | News Room Odisha

ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା, ୧୫ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର – ଆଜି ଆଣ୍ଡାମାନ ସାଗରରେ ସୃଷ୍ଟିହେବ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଆହୁରି ଘନୀଭୁତ ହେବା ନେଇ ପାଗ ଅନୁକୁଳ ରହିଛି । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖରୁ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।

ମାଲକାନଗିରି, କୋରାପୁଟ, ରାୟଗଡା, କଟକ, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାରେ ବର୍ଷା ହେବ । ୧୬ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ୧୦ଟି ଜିଲ୍ଲାରେ ବର୍ଷା ହେବ । ୧୭ ଏବଂ ୧୮ ତାରିଖରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଅମଳ ଯୋଗ୍ୟ ହୋଇଥିବା ଧାନକୁ ଚାଷୀମାନେ ଯଥା ସମ୍ଭବ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ।