ପୁରୀ: ଶ୍ରୀମନ୍ଦିରକୁ ଆସୁଥିବା ଦିବ୍ୟାଙ୍ଗ ଶ୍ରଦ୍ଧାଳୁମାନେ ସୁବିଧାରେ ଯେଭଳି ଶ୍ରୀଜିଉଙ୍କ ଦର୍ଶନ କରିପାରିବେ, ସେ ନେଇ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବ । ପରିକ୍ରମା ପ୍ରକଳ୍ପର ଉଦଘାଟନ ପରେ ଉତ୍ତର ଦ୍ୱାର ଦେଇ ଦିବ୍ୟାଙ୍ଗଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବ। ଶ୍ରୀମନ୍ଦିର ରୀତିନୀତି ଓ ପରମ୍ପରାକୁ ଦୃଷ୍ଟିରେ ରଖି ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ବ୍ୟବସ୍ଥା କରାଯିବ।
ପ୍ରତିଦିନ ସ୍ୱତନ୍ତ୍ର ସମୟରେ ଏହି ଦର୍ଶନ ବ୍ୟବସ୍ଥା କରାଯିବ। ଛତିଶା ନିଯୋଗ ଓ ପରିଚାଳନା କମିଟିର ଅନୁମୋଦନ ନିଆଯାଇ ଦିବ୍ୟାଙ୍ଗଙ୍କୁ ଏହି ଦର୍ଶନ ବ୍ୟବସ୍ଥାରେ ସାମିଲ କରାଯିବ। ପ୍ରକଳ୍ପରେ ଉତ୍ତର ଦ୍ୱାରରେ ଦିବ୍ୟାଙ୍ଗଙ୍କ ପାଇଁ ସ୍ୱତନ୍ତ୍ର ବିଶ୍ରାମ ଗୃହ ନିର୍ମାଣ କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି ।
Comments are closed.