ଅଭିନେତ୍ରୀ ମୌସୁମୀ ନାୟକ ଗିରଫ

ଭୁବନେଶ୍ବର – ଓଡ଼ିଆ ଚଳଚ୍ଚିତ୍ର ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଗିରଫ କରାଯାଇଛି । ଭୁବନେଶ୍ୱର ଇନଫୋସିଟି ଥାନା ପୋଲିସ ମୌସୁମୀଙ୍କୁ ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଭିତ୍ତିରେ ମୌସୁମୀଙ୍କୁ ଗିରଫ କରାଯାଇଛି । ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଥିବା ଏସିପି ରମେଶ ବିଶୋଇ ସୂଚନା ଦେଇଛନ୍ତି । ଠକେଇ ଅଭିଯୋଗରେ ଅଭିନେତ୍ରୀଙ୍କୁ ଗିରଫ କରାଯାଇଛି। ପୂର୍ବରୁ ମୌସୁମୀ ମଧ୍ୟ ବନସ୍ମିତାଙ୍କ ନାଁରେ ଚନ୍ଦକା ଥାନାରେ ଟଙ୍କା ଦେଣନେଣକୁ ନେଇ ଅଭିଯୋଗ କରିଥିଲେ।

Comments are closed.