ଆଜି ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, କାଲିଠୁ ବର୍ଷା  | News Room Odisha

ଆଜି ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, କାଲିଠୁ ବର୍ଷା 

ଭୁବନେଶ୍ୱର -ଆଜି ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ୧୬ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତାକାଲି ଅପରାହ୍ନରୁ କିଛି ଉପକୂଳର୍ବୀ ଜିଲ୍ଳାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୬ ତାରିଖରୁ ବର୍ଷାର ପରିମାଣ ବଢିପାରେ । ୧୬ ତାରିଖରେ ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡା, ଭଦ୍ରକ ଓ କଟକ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।