କ୍ରାନ୍ତିବୀର ବିର୍ସା ମୁଣ୍ଡାଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ହେଉଛି ମହାନ କ୍ରାନ୍ତିବୀର ସ୍ଵାଧୀନତା ସଂଗ୍ରାମୀ ତଥା ଆଦିବାସୀ ଜନନାୟକ ସହିଦ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ । ଏହି ଉପଲକ୍ଷେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବାଧୀନତା ସଂଗ୍ରାମର ମହାନ ବିପ୍ଲବୀ ବିର୍ସା ମୁଣ୍ଡାଙ୍କ ତ୍ୟାଗ ଓ ବଳିଦାନ ଅତୁଳନୀୟ। ଦେଶର ଅଖଣ୍ଡତା ସହ ଆଦିବାସୀଙ୍କ କଲ୍ୟାଣ ଦିଗରେ ତାଙ୍କ ଜୀବନବ୍ୟାପୀ ଉତ୍ସର୍ଗୀକୃତ କାର୍ଯ୍ୟ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବ।

Comments are closed.