ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଗଭୀର ଅବପାତ ସୃଷ୍ଟି  | News Room Odisha

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଗଭୀର ଅବପାତ ସୃଷ୍ଟି 

ଭୁବନେଶ୍ୱର – ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତର ରୂପ ନେଇଛି । ଏହା ଉତ୍ତର କିମ୍ବା ଉତ୍ତର-ପୂର୍ବ ଦିଗକୁ ଗତିକରି ଶନିବାର ଦିନ ଓଡ଼ିଶା ଉପକୂଳ ମୁହାଁ ହେବାର

ସମ୍ଭାବନା ରହିଛି । ଶନିବାର ସକାଳ ସୁଦ୍ଧା ଉତ୍ତର ଓଡ଼ିଶା ଉପକୂଳ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଗଭୀର ଅବପାତର ପ୍ରଭାବରେ ରାଜ୍ୟରେ ଶନିବାର ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାର ଅନେକ ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡା ଜିଲ୍ଲାର କିଛି ସ୍ଥାନରେ ବର୍ଷାର ହେବା ନେଇ ପୂର୍ବାନୁମାନ କରାଯାଇଛି। ମାଲକାନଗିରି, କୋରାପୁଟ, ବୌଦ୍ଧ, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।