ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ

ବରଗଡ଼:ବରଗଡ଼ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ମନୀଷା ବାନାର୍ଜୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ କଲ୍ୟାଣୀ ଦାଶଙ୍କ ସଂଯୋଜନାରେ ପରିଚାଳିତ ‘କୃତ୍ରିମ ବୁଦ୍ଧିମତ୍ତାର ଯୁଗରେ ଗଣମାଧ୍ୟମ ‘ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଲଲାଟ ଲୁହାଙ୍କ ସମେତ ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇ ନିଜନିଜ ବକ୍ତବ୍ୟ ଉପସ୍ଥାପନ କରିଥିଲେ।

Comments are closed.