କାଲି ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର – ରାଷ୍ଟ୍ରପତି ହେବା ପରେ ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାକୁ ଦ୍ୱିତୀୟ ଗସ୍ତରେ ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ରାଷ୍ଟ୍ରପତି ସୋମବାର ନୂଆଦିଲ୍ଲୀରୁ ବିମାନ ଯୋଗେ ବାହାରି ପ୍ରଥମେ ପଶ୍ଚିମବଙ୍ଗ କଲେଇକୁଣ୍ଡା ବାୟୁସେନା ବିମାନଘାଟିରେ ଅବତରଣ କରିବେ । ସେଠାରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପଟରରେ ଦିନ ୧୧ଟାରେ ବାରିପଦାରେ ଓହ୍ଲାଇବେ ରାଷ୍ଟ୍ରପତି । ସେଠାରୁ ସହିଦ ସ୍ମୃତି ଭବନ ଯାଇ ୩୬ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସଂଘ ଅଧିବେଶନରେ ଉଦବୋଧନ ଦେବେ । କିଛି ସମୟ ବାରିପଦା ସର୍କିଟ୍ ହାଉସରେ ବିଶ୍ରାମ ନେବା ପରେ ଅପରାହ୍ଣ ୨ଟା ୩୫ରେ କୁଳିଅଣାରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଲୋକାର୍ପଣ କରିବେ ରାଷ୍ଟ୍ରପତି । ୨୧ ତାରିଖରେ ସେ ରାଇରଙ୍ଗପୁରରୁ ୩ଟି ନୂଆ ଟ୍ରେନ୍‌ର ଲୋକାର୍ପଣ କରିବେ ।ତେବେ ବାଦାମପାହାଡ଼ରୁ ରାଇରଙ୍ଗପୁର ଟ୍ରେନ୍ ଯାତ୍ରାବେଳେ ଛାତ୍ରଛାତ୍ରୀଙ୍କ ସହ ଭାବ ବିନିମୟ କରିବେ ରାଷ୍ଟ୍ରପତି ।

Comments are closed.