ପୁଣି ବଦଳିଲା ପାଗ, କାଲିଠୁ ବଢିବ ବର୍ଷାର ପରିମାଣ | News Room Odisha

ପୁଣି ବଦଳିଲା ପାଗ, କାଲିଠୁ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର – ପୁଣି ପାଣିପାଗରେ ପରିବର୍ତ୍ତନ। ଗତ ଦୁଇ ତିନି ଦିନ ଧରି ଶୁଖିଲା ପାଗ ପରେ ଆଜିଠାରୁ ପାଗ ବଦଳିଛି । ସୋମବାରଠୁ ପୁଣି ରାଜ୍ୟରେ ବଢିବ ବର୍ଷାର ପରିମାଣ । ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜା କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୮ ତାରିଖରେ ଭଦ୍ରକ, କେନ୍ଦ୍ରାପଡା, କଟକ, ଗଜତସିଂହପୁର, ପୁରୀ , ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ୧୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।