ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ: ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବା ସମ୍ଭାବନା 

ଭୁବନେଶ୍ବର – ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବା ସମ୍ଭାବନା ଅଛି । ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଛି l ଏହାଛଡା ବିଧାୟକମାନେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ l ଶୂନ୍ୟକାଳରେ ଉଭୟ ଶାସକ ଓ ବିରୋଧୀ ଗୃହରେ ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉଠାଇବେ l ବିଜେପି ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଣିବାର ସମ୍ଭାବନା ରହିଛି l ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା ।

Comments are closed.