ଆସୁଛି ଆଉ ଏକ ଲଘୁଚାପ | News Room Odisha

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର – ଚଳିତମାସ ୨୫ ତାରିଖରେ ଦକ୍ଷିଣ ଆଣ୍ଡାମାନ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ୨୬ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଲଘୁଚାପ ସୃଷ୍ଟି ହେଲେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ୨୭ ତାରିଖ ବେଳକୁ ଲଘୁଚାପ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଅବପାତ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।