ଆଜିଠୁ ପଞ୍ଚୁକ : ଭିଡ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା 

ପୁରୀ – ଆଜିଠୁ ଆରମ୍ଭ ହେଉଛି କାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ବ୍ରତ । ପଞ୍ଚୁକ ପାଞ୍ଚ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ୫ଟି ସ୍ୱତନ୍ତ୍ର ବେଶର ପରମ୍ପରା ରହିଛି। ଆଜି ପ୍ରଥମ ଦିନ ବଡ଼ ଏକାଦଶୀ ତିଥିରେ ଲକ୍ଷ୍ମୀନାରାୟଣ ବେଶ , ଦ୍ୱାଦଶୀରେ ବାଙ୍କଚୁଡ଼, ତ୍ରୟୋଦଶୀରେ ତ୍ରିବିକ୍ରମ ବେଶ, ଚତୁର୍ଦ୍ଦଶୀରେ ଲକ୍ଷ୍ମୀ ନୃସିଂହ ବେଶ ଓ ପୂର୍ଣ୍ଣମୀରେ ରାଜରାଜେଶ୍ୱରୀ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପଞ୍ଚୁକ ପାଞ୍ଚ ଦିନରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ସମ୍ଭାବନା ଦୃଷ୍ଟିରୁ ଶୃଙ୍ଖଳିତ ଦର୍ଶନ ଓ ଭିଡ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଛି।

ଭିଡ଼ ପରିଚାଳନା ଓ ଶୃଙ୍ଖଳିତ ଦର୍ଶନ ପାଇଁ ମରିଚକୋଟ ଛକ ଯାଏଁ ବ୍ୟାରିକେଡ ବଢାଯାଇଛି । ବରିଷ୍ଠ ଏବଂ ଦିବ୍ୟାଙ୍ଗ ଶ୍ରଦ୍ଧାଳୁଙ୍କ ପାଇଁ ୩ ସିଫ୍ଟରେ ସ୍ୱେଚ୍ଛାସେବୀ ନିୟୋଜିତ ହେବେ। ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମରୀଚିକୋଟ ଛକଠାରୁ ସିଂହଦ୍ୱାର ଆଡକୁ କୌଣସି ଗାଡ଼ି ଛଡାଯିବ ନାହିଁ। ଭକ୍ତ ଏବଂ ଜନସାଧାରଣ ପାଦରେ ଚାଲି ଚାଲି ଯିବେ।

Comments are closed.