ଆସନ୍ତା ୫ ଦିନ ରାଜ୍ୟରେ ଶୁଖିଲା ରହିବ ପାଗ

ଭୁବନେଶ୍ୱର – ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ତେବେ, ଓଡିଶା ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜି ସକାଳୁ ସକାଳୁ ରାଜ୍ୟ ର କିଛି ସ୍ଥାନରେ ଘନ କୁହୁଡି ଦେଖାଦେଇଛି।

Comments are closed.