ମାଲକାନଗିରି ରାସ୍ତା ଦୁର୍ଘଟଣା : ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର – ଆଜି ମାଲକାନଗିରିର ସ୍ୱାଭିମାନ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୫ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ଏହି ଦୁର୍ଘଟଣାରେ ଆହତମାନଙ୍କୁ ମାଗଣା ରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ମୃତାହତ ସମସ୍ତ ଶ୍ରମିକ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ଅଂଚଳର ବୋଲି ଜଣାପଡିଛି ।

Comments are closed.